କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ବ୍ରାହ୍ମଣୀ ଗାଁରେ ଆୟୋଜିତ ଏକ ଦଳୀୟ କାର୍ଯ୍ୟକ୍ରମରେ ଟିକାବାଲି ବ୍ଲକ୍ ଅଧ୍ୟକ୍ଷ ଦିଲ୍ଲୀପ ପ୍ରଧାନ ଆଜି ଭାରତୀୟ ଜନତା ପାର୍ଟିରେ ସାମିଲ ହୋଇଛନ୍ତି । କନ୍ଧମାଳ ସାଂସଦ ସୁକାନ୍ତ ପାଣିଗ୍ରାହୀଙ୍କ ସମେତ ଅନ୍ୟ ନେତୃବୃନ୍ଦଙ୍କ ଉପସ୍ଥିତିରେ ଦିଲ୍ଲୀପ ପ୍ରଧାନ ବିଜେପିରେ ଯୋଗ ଦେଇଛନ୍ତି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆଦର୍ଶରେ ଅନୁପ୍ରାଣିତ ହୋଇ ସେ ବିଜେପିରେ ଯୋଗ ଦେଇଥିବା କହିଛନ୍ତି । ପୂର୍ବରୁ ସେ, ରାଜ୍ୟରେ ଲଘୁ ବନଜାତ ସାମଗ୍ରୀର ସଂଗ୍ରହ ଓ ବିକ୍ରି ବ୍ୟବସ୍ଥା କରି ଆଦିବାସୀଙ୍କ ଅର୍ଥନୈତିକ ଅଭିବୃଦ୍ଧି ପାଇଁ ଗଠିତ ଆଦିବାସୀ ଉନ୍ନୟନ ସମବାୟ ନିଗମ – ଟିଡିସିସିର ଉପାଧ୍ୟକ୍ଷ ଥିଲେ । Post navigation Odisha Politics: ତାଳଚେର ପୌରାଧ୍ୟକ୍ଷ ପବିତ୍ର ଭୂତିଆ, ୧୩ କାଉନସିଲର୍ଙ୍କ ବିଜେଡିରୁ ଇସ୍ତଫା BJD Legislature Party Meet: ବିଜେଡି ବିଧାୟକ ଦଳ ବୈଠକ ଅନୁଷ୍ଠିତ