ଆଜି ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝି। ଦୁଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡ଼ା ଏବଂ କନକ ବର୍ଦ୍ଧନ ସିଂହଦେଓଙ୍କ ସହ ମୁଖ୍ୟମନ୍ତ୍ରୀ ଦିଲ୍ଲୀ ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି। ରାଜ୍ୟରେ ନୁଆ ସରକାର ହେବା ପରେ ପ୍ରଥମ ଥର ଦିଲ୍ଲୀ ଗସ୍ତ କରିବେ ମୁଖ୍ୟମନ୍ତ୍ରୀ।

ପ୍ରଧାନମନ୍ତ୍ରୀ ମୋଦି, ସ୍ବରାଷ୍ଟ୍ର ମନ୍ତ୍ରୀ ଓ ରାଷ୍ଟ୍ରୀୟ ଅଧ୍ୟକ୍ଷଙ୍କୁ ସାକ୍ଷାତ କରିବେ ବୋଲି ଜଣାପଡିଛି। ଏଥିସହ ଭାଜପାର କିଛି ଶୀର୍ଷ ନେତୃତ୍ୱଙ୍କୁ ମଧ୍ୟ ଭେଟିବାର କାର୍ଯ୍ୟକ୍ରମ ରହିଛି । ଏହି ସୌଜନ୍ୟମୂଳକ ସାକ୍ଷାତକାରରେ ନିର୍ବାଚନ ପ୍ରତିଶ୍ରୁତି ପୂରଣ ନେଇ ଆଲୋଚନା କରିବେ ମୁଖ୍ୟମନ୍ତ୍ରୀ ଓ ଦୁଇ ଉପମୁଖ୍ୟମନ୍ତ୍ରୀ ।

Leave a Reply

Your email address will not be published. Required fields are marked *