ଆଜି ପବିତ୍ର ଦେବସ୍ନାନ ପୂର୍ଣ୍ଣିମା । ସ୍ନାନବେଦୀରେ ସ୍ଥାନ ପାଇଲେ ଚତୁର୍ଦ୍ଧା ମୂର୍ତ୍ତି ।ଏଥିପାଇଁ ଭୋର ୫ଟାରୁ ଆରମ୍ଭ ହୋଇଛି ପହଣ୍ଡି । ରତ୍ନ ସିଂହାସନ ଛାଡି ସ୍ନାନମଣ୍ଡପରେ ବିରାଜିଛନ୍ତି ଚତୁର୍ଦ୍ଧାବିଗ୍ରହ। ଦିବ୍ୟସ୍ନାନ ପରେ ସ୍ନାନମଣ୍ଡପରୁ ଦୁର୍ଲଭ ଗଜବେଶରେ ଅଗଣିତ ଭକ୍ତଙ୍କୁ ଦର୍ଶନ ଦେଲେ ମହାପ୍ରଭୁ । ବର୍ଷକ ପରେ ପୁଣିଥରେ ଭକ୍ତ ଓ ଭଗବାନଙ୍କ ମହାମିଳନ ହୋଇଛି।

ଚତୁର୍ଦ୍ଧାମୂରତିଙ୍କ ପହଣ୍ଡି ଶେଷ ହୋଇଥିବାବେଳେ ମଧ୍ୟାହ୍ନ ୧୨ଟା ୨୦ରେ ଜଳ ବିଜେ ନୀତି କରାଯିବ। ଅପରାହ୍ନ ୩ଟାରେ ଛେରା ପହଁରା ପରେ ୩ଟା ୪୦ରୁ ହାତୀବେଶ ଆରମ୍ଭ ହେବ। ସନ୍ଧ୍ୟା ୭ଟା ୩୦ରୁ ରାତି ୧୦ଟା ୩୦ ଯାଏଁ ସାହାଣ ମେଲା ଦର୍ଶନ ପାଇଁ ସମୟ ଧାର୍ଯ୍ୟ ହୋଇଛି। ରାତି ସାଢ଼େ ୧୦ଟାରେ ସାହାଣମେଲା ଦର୍ଶନ ବନ୍ଦ ପରେ ରାତି ୧୧ଟାରେ ବେଶ ଓଲାଗି ଓ ସାଢ଼େ ୧୧ଟାରେ ବାହୁଡ଼ା ପହଣ୍ଡି ଆରମ୍ଭ ହେବ । ଗୋଟି ପହଣ୍ଡିରେ ଚତୁର୍ଦ୍ଧାବିଗ୍ରହ ଅଣସର ପିଣ୍ଡିକୁ ବିଜେ କରିବେ । ବାହୁଡ଼ା ପହଣ୍ଡି ରାତି ୨ଟା ଭିତରେ ଶେଷ ହେବ । ପରେ ରାତି ସାଢ଼େ ୨ଟାରେ ସୁନା ଚିତା ଓ ରାହୁରେଖା ମଇଲମ ନୀତି ହେବ ।

Leave a Reply

Your email address will not be published. Required fields are marked *