ରାଜ୍ୟରେ ଜାରିରହିଛି କାଳବୈଶାଖୀ ପ୍ରଭାବ । ଆସନ୍ତା ୨୩ ପର୍ଯ୍ୟନ୍ତ କାଳବୈଶାଖୀ ପ୍ରଭାବ ଦେଖାଯିବ ନେଇ ଅନୁମାନ କରାଯାଇଛି । ଏହାର ପ୍ରଭାବରେ ଅନେକ ସ୍ଥାନରେ ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି ।

ସେହିପରି ଆଜି ୧୭ ଜିଲ୍ଲାରେ ଆଜି କାଳବୈଶାଖୀର ପ୍ରଭାବ ଦେଖିବାକୁ ମିଳିବ । ଏଥିପାଇଁ ଏହିସବୁ ଜିଲ୍ଲାକୁ ସତର୍କ ରହିବାକୁ ପରାମର୍ଶ ଦେବା ସହ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର । ଏହି ୧୭ ଜିଲ୍ଲାଗୁଡିକ ହେଲା ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ସୋନପୁର, ବୌଦ୍ଧ, ନୂଆପଡ଼ା, ସୁନ୍ଦରଗତ, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ମୟୂରଭଞ୍ଜ, କେନ୍ଦୁଝର, ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର ଓ ଗଜପତି ।

ଏହି ସମସ୍ତ ଜିଲ୍ଲାରେ ଆଜି ମଧ୍ୟାହ୍ନ ଏବଂ ସଂଧ୍ୟା ସମୟରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବିଜୁଳି ଘଡ଼ଘଡ଼ି , ଝଟକା ପବନ ବହିବାର ସମ୍ଭାବନା ରହିଛି । ଏହି ସବୁ ଜିଲ୍ଲାରେ ଘଣ୍ଟା ପ୍ରତି ୪୦ରୁ ୫୦ କିମି ବେଗରେ ପବନ ହେବ ବୋଲି ପାଣିପାଗ କେନ୍ଦ୍ର ଆକଳନ କରଛି।

ତେବେ ଆସନ୍ତା ୨୨ ତାରିଖରେ ମୟୂରଭଞ୍ଜ, କେନ୍ଦୁଝର, ମାଲକାନଗିରି, କୋରାପୁଟ, ରାୟଗଡ଼ା, କନ୍ଧମାଳ ଓ ଗଜପତି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ଏସବୁ ଜିଲ୍ଲାରେ ଅପରାହ୍ନ ସମୟରେ ବଜ୍ରପାତ ସହ ଝଟକା ପବନର ବେଗ ଘଣ୍ଟାପ୍ରତି ୪୦ରୁ ୫୦ କିଲୋମିଟର ହେବାର ସମ୍ଭାବନା ରହିଛି।

Leave a Reply

Your email address will not be published. Required fields are marked *