ବାରିପଦା ସ୍ଥିତ ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ବବିଦ୍ୟାଳୟ ପରିସରରେ ଆୟୋଜିତ ହୋଇଛି “ପ୍ରଧାନମନ୍ତ୍ରୀ ବିଶ୍ୱକର୍ମା ଏବଂ ଜାତୀୟ ଏସସି-ଏସଟି ହବ୍ କନକ୍ଲେଭ”। ଏଥିରେ ଅତିଥି ଭାବେ ଯୋଗ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏହି କାର୍ଯ୍ୟକ୍ରମକୁ ଉଦଘାଟନ କରିଛନ୍ତି। ଏହି ଅବସରରେ, ଭାରତ ସରକାରଙ୍କ ଅତିରିକ୍ତ ଉନ୍ନୟନ କମିଶନର (ଏମଏସଏମଇ) ଡକ୍ଟର ଇଶିତା ଗାଙ୍ଗୁଲି ତ୍ରିପାଠି ସମସ୍ତ ପ୍ରତିନିଧି ଏବଂ ଅଂଶଗ୍ରହଣକାରୀଙ୍କୁ ସ୍ୱାଗତ କରିଥିଲେ ।

ସେ କହିଥିଲେ ଯେ ଏମଏସଏମଇ କ୍ଷେତ୍ରକୁ ସମୃଦ୍ଧ, ସଶକ୍ତ ଏବଂ ଆତ୍ମନିର୍ଭରଶୀଳ କରି, ସୂକ୍ଷ୍ମ, କ୍ଷୁଦ୍ର ଏବଂ ମଧ୍ୟମ ଉଦ୍ୟୋଗ ମନ୍ତ୍ରଣାଳୟ ଏକ ବିକଶିତ ଭାରତ ଗଠନରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରୁଛି।

ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀଙ୍କ ସମେତ ରାଜ୍ୟ ନଗର ଉନ୍ନୟନ ମନ୍ତ୍ରୀ ଡାକ୍ତର କୃଷ୍ଣଚନ୍ଦ୍ର ମହାପାତ୍ର, ଏମଏସଏମଇ, ମତ୍ସ୍ୟ ଓ ପଶୁପାଳନ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ଓ ଶିଳ୍ପମନ୍ତ୍ରୀ ସଂପଦ ଚନ୍ଦ୍ର ସ୍ବାଇଁ ଓ ବିଭିନ୍ନ ବିଭାଗର ସଚିବମାନେ ମଧ୍ୟ ଏହି କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ।

 

Leave a Reply

Your email address will not be published. Required fields are marked *