Odisha women to get Subhadra money on January 22

ଆସନ୍ତାକାଲି ଅଥାତ୍ ୯ ତାରିଖ ( ବୁଧବାର) ସୁଭଦ୍ରା ଯୋଜନାର ପ୍ରଥମ କିସ୍ତିର ଦ୍ଵିତୀୟ ପର୍ଯ୍ୟାୟ ଟଙ୍କା ଦିଆଯିବ। ସୁଭଦ୍ରା ଟଙ୍କା ଆସିବ ବୋଲି ସୂଚନା ଦେଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ସେ କହିଛନ୍ତି ଆସନ୍ତାକାଲି ଦିନ ୧୨ଟା ପୂର୍ବରୁ ହିତାଧିକାରୀଙ୍କୁ ମିଳିବ ସୁଭଦ୍ରା ଟଙ୍କା । ହିତାଧିକାରୀଙ୍କ ଆକାଉଣ୍ଟକୁ ପ୍ରଥମ କିସ୍ତି ପଠାଇବେ ମୁଖ୍ୟମନ୍ତ୍ରୀ । ମହିଳାଙ୍କ ଆକାଉଣ୍ଟକୁ ଆସିବ ୫ହଜାର ଟଙ୍କା ।ଏମପିସିଆଇ କ୍ଲିୟରାନ୍ସ ଥିବା ୩୫ ଲକ୍ଷରୁ ଅଧିକ ମହିଳାଙ୍କୁ ମିଳିବ ଟଙ୍କା ।

ସୂଚନା ଯୋଗ୍ୟ; ଗୋପବନ୍ଧୁ ଜନ୍ମ ଦିବସରେ ବାରିପଦାରେ ଏକ ସ୍ଵତନ୍ତ୍ର କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ହିତାଧିକାରୀଙ୍କ ଆକାଉଣ୍ଟକୁ ଟଙ୍କା ପଠାଇବା କାର୍ଯ୍ୟକ୍ରମ ରହିଛି। ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ୩୫ ଲକ୍ଷରୁ ଅଧିକ ହିତାଧିକାରୀଙ୍କୁ ଟଙ୍କା ପଠାଯିବ। ସେପ୍ଟେମ୍ବର ୧୭ ତାରିଖରେ ସୁଭଦ୍ରା ଯୋଜନାର ପ୍ରଥମ କିସ୍ତି ଟଙ୍କା ଦିଆଯାଇଥିଲା। ପ୍ରଥମ ପର୍ଯ୍ୟାୟରେ ୨୫ ଲକ୍ଷ ୧୧ ହଜାର ହିତାଧିକାରୀଙ୍କୁ ଟଙ୍କା ମିଳିଥିଲା। ଏହା ସହ ‘ସୁଭଦ୍ରା’ ପାଇଁ ଏକ କୋଟି ମହିଳା ଆବେଦନ କରିସାରିଥିବା ସୂଚନା ମିଳିଛି ।

Leave a Reply

Your email address will not be published. Required fields are marked *