ଗଞ୍ଜାମ ଜିଲ୍ଲା ସମରଝୋଳ ଛକ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୫ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୨୦ରୁ ଅଧିକ ଆହତ ହୋଇଛନ୍ତି । ଏକ ଯାତ୍ରୀବାହୀ ବସ୍ ଆସିକାରୁ ବ୍ରହ୍ମପୁର ପଟକୁ ଆସୁଥିଲା । ତେଲ ଟ୍ୟାଙ୍କର ବ୍ରହ୍ମପୁରରୁ ଆସିକା ଆଡ଼କୁ ଯାଉଥିଲା ବେଳେ ଓଭରତେକ କରିବାରୁ ସମରଝୋଳ ଛକରେ ବସ ସହ ଧକ୍କା ହୋଇଥିଲା। ସମସ୍ତଙ୍କୁ ଗୁରୁତର ଅବସ୍ଥାରେ ଏମକେସିଜି ମେଡିକାଲରେ ଭର୍ତ୍ତି କରାଯାଇଛି। ପରେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି।

ଦୁର୍ଘଟଣାଜନିତ ମୃତ୍ୟୁକୁ ନେଇ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖପ୍ରକାଶ କରିବା ସହିତ ସେମାନଙ୍କ ପରିବାରବର୍ଗଙ୍କୁ ସମବେଦନା ଜଣାଇଛନ୍ତି। ପ୍ରତ୍ୟେକ ମୃତ ବ୍ୟକ୍ତିଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ୨ ଲକ୍ଷ ଟଙ୍କା ଲେଖାଏଁ ଏବଂ ଗୁରୁତରଙ୍କୁ ୧ଲକ୍ଷ ଟଙ୍କା ଲେଖାଏଁ କ୍ଷତିପୂରଣ ଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଏଥିସହିତ ଆହତମାନଙ୍କ ଚିକିତ୍ସା ସମ୍ପୂର୍ଣ୍ଣ ମାଗଣାରେ କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି।

Leave a Reply

Your email address will not be published. Required fields are marked *