ବରିଷ୍ଠ ନେତା ତଥା କୃଷକମୋର୍ଚ୍ଚା ପୂର୍ବତନ ରାଜ୍ୟ ସଭାପତି ତଥା ଅବିଭକ୍ତ ପୁରୀ ଜିଲ୍ଲାର ପୂର୍ବତନ ଜିଲ୍ଲା ସଭାପତି ସୁରେନ୍ଦ୍ର ନାଥ ଜେନାଙ୍କ ବିୟୋଗରେ ରାଜ୍ୟ ବିଜେପି ତରଫରୁ ଗଭୀର ଶୋକବ୍ୟକ୍ତ କରାଯାଇଛି । ତାଙ୍କ ବିୟୋଗରେ ବିଜେପି ପରିବାର ପାଇଁ ଅପୂରଣୀୟ କ୍ଷତି ହୋଇଛି । “ସ୍ୱର୍ଗତଃ ଜେନା ଜଣେ ନିଷ୍ଠାପର, ଜନପ୍ରିୟ ଓ ସୁସଂଗଠକ ଥିଲେ । ୧୯୮୦ ମସିହାରୁ ବ୍ରହ୍ମଗିରି ବିଧାନସଭା ନିର୍ବାଚନମଣ୍ଡଳୀରୁ ବିଜେପି ପ୍ରାର୍ଥୀ ଭାବେ ନିର୍ବାଚନ ଲଢିଥିବା ସ୍ୱର୍ଗତଃ ଜେନା ଅବିଭକ୍ତ ପୁରୀ ଜିଲ୍ଲାରେ ଦଳୀୟ ସଂଗଠନକୁ ସୁଦୃଢ଼ କରିବା ସହିତ ସମାଜସେବାରେ ନିଜକୁ ସମର୍ପିତ କରି ଅଂଚଳର ବିକାଶ ପାଇଁ ତାଙ୍କର ଅବଦାନ ସଦାସର୍ବଦା ସ୍ମରଣୀୟ ହୋଇ ରହିବ । ଜିଲ୍ଲା ପରିଷଦ ସଦସ୍ୟ ଭାବେ ନିର୍ବାଚିତ ହୋଇଥିବା ସ୍ୱର୍ଗତଃ ଜେନା ବ୍ରହ୍ମଗିରି ଅଂଚଳର ବିକାଶ ପାଇଁ ଅନେକ କାର୍ଯ୍ୟ କରିଥିଲେ । ତାଙ୍କ ତ୍ୟାଗ ଓ ଉତ୍ସଗୀକୃତ ମନୋଭାବ ସମସ୍ତ ଯୁବବର୍ଗ ଏବଂ କାର୍ଯ୍ୟକର୍ତାଙ୍କ ପାଇଁ ଉଦାହରଣ ସୃଷ୍ଟି କରିବ ବୋଲି ରାଜ୍ୟ କାର୍ଯ୍ୟାଳୟରେ ରାଜ୍ୟ ସଭାପତି ମନମୋହନ ସାମଲ କହିଛନ୍ତି । ସ୍ୱର୍ଗତଃ ଜେନାଙ୍କ ପାର୍ଥୀବ ଶରୀର ଭୁବନେଶ୍ୱର ରାଜ୍ୟ କାର୍ଯ୍ୟାଳୟରେ ପହଂଚିବା ପରେ ରାଜ୍ୟ ସଭାପତି ମନମୋହନ ସାମଲ ଦଳୀୟ ପତାକା ପ୍ରଦାନ କରି ପୁଷ୍ପଗୁଚ୍ଛ ଦେଇ ଶ୍ରଦ୍ଧାଞ୍ଜଳୀ ଜ୍ଞାପନ କରିଥିଲେ । ଏହି ଅବସରରେ ବାଚସ୍ପତି ସୁରମା ପାଢୀ, ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା, ପୁରୀ ସାଂସଦ ଡ. ସମ୍ବିତ ପାତ୍ର, ପୂର୍ବତନ ରାଜ୍ୟ ସଭାପତି ସମୀର ମହାନ୍ତି, ରାଜ୍ୟ ସାଧାରଣ ସମ୍ପାଦକ(ସଂଗଠନ) ମାନସ ମହାନ୍ତି, ରାଜ୍ୟ ସାଧାରଣ ସମ୍ପାଦକ ବିରଂଚି ନାରାୟଣ ତ୍ରିପାଠୀ ଓ ପୂର୍ଣ୍ଣିମା ପ୍ରିୟଦର୍ଶନୀ ନାୟକ, ରାଜ୍ୟ ସମ୍ପାଦକ ସରୋଜ କର, ବିଧାୟକ ଓମ୍ ପ୍ରକାଶ ମିଶ୍ର, ଡ. ଫକୀର ନାଏକ, ବିଭୂତି ପ୍ରଧାନ, ପୂର୍ବତନ ବିଧାୟକ ଲଳିତେନ୍ଦୁ ବିଦ୍ୟାଧର ମହାପାତ୍ର, କୃଷକ ମୋର୍ଚ୍ଚା ରାଜ୍ୟ ସଭାପତି ଶୁଭ୍ରାଂଶୁ ମୋହନ ପାଢୀ, ରାଜ୍ୟ ମୁଖପାତ୍ର ଦିଲୀପ ମଲ୍ଲିକ, ରାଜ୍ୟ କାର୍ଯ୍ୟାଳୟ ସମ୍ପାଦକ ଦେବେନ୍ଦ୍ର ନନ୍ଦ, ରାଜ୍ୟ ଯୁଗ୍ମ କୋଷାଧ୍ୟକ୍ଷ ଦିବାକର ହରିଚନ୍ଦନ, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଜଗନ୍ନାଥ ପ୍ରଧାନ, ବରିଷ୍ଠ ନେତା ସୁରଥ ବିଶ୍ୱାଳ, ସୁବାସ ଜେନା, ଛୋଟେଲାଲ ମହନ୍ତ, ଭୁବନେଶ୍ୱର ଜିଲ୍ଲା ସଭାପତି ନିରଞ୍ଜନ ମିଶ୍ର ପ୍ରମୁଖଙ୍କ ସମେତ ରାଜ୍ୟ ପଦାଧିକାରୀ, କାର୍ଯ୍ୟକର୍ତା ଏବଂ ସହସ୍ରାଧିକ ସମର୍ଥକ ଶେଷ ଦର୍ଶନ କରି ଶ୍ରଦ୍ଧାଞ୍ଜଳୀ ଜଣାଇଛନ୍ତି । ଆଜି ପୁରୀ ସ୍ୱର୍ଗଦ୍ୱାରରେ ସ୍ୱର୍ଗତଃ ଜେନାଙ୍କ ଶେଷକୃତ୍ୟ ସମ୍ପନ୍ନ କରାଯିବ । ସ୍ୱର୍ଗତଃ ଜେନାଙ୍କ ଅମର ଆତ୍ମାର ସଦ୍ଗତି କାମନା କରିବା ସହ ଏଭଳି ଦୁଃଖଦ ସମୟରେ ଶୋକସନ୍ତପ୍ତ ପରିବାରବର୍ଗ ଏବଂ ବନ୍ଧୁଜନଙ୍କୁ ଅସୀମ ଧୈର୍ଯ୍ୟ ପ୍ରଦାନ କରିବା ପାଇଁ ସମସ୍ତ ନେତୃବୃନ୍ଦ ଏବଂ କାର୍ଯ୍ୟକର୍ତା ପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ନିକଟରେ ପ୍ରାର୍ଥନା କରିଛନ୍ତି । Post navigation Cyclone Akvan Preparedness: ସମୂହ ପ୍ରୟାସ ଏବଂ ସଚେତନତା ଯୋଗୁଁ ବାତ୍ୟା ‘ଅକଭାନ୍’ ର ସଫଳ ମୁକାବିଲା, ସ୍ଥିତି ସ୍ୱାଭାବିକ