ଯବାନଙ୍କୁ ନେଇ ଯାଉଥିବା ବସ୍ କୁ ଧକ୍କା ଦେଲା ଟ୍ରକ୍। କେନ୍ଦୁଝର ଚମ୍ପୁଆ ଥାନା ଅନ୍ତର୍ଗତ ୫୨୦ ନମ୍ବର ଜାତୀୟ ରାଜପଥର ତଡୁଆବାହାଳ ନିକଟରେ ଏଇ ଦୁର୍ଘଟଣା ଘଟିଛି। ଓଡ଼ିଶା ଇଣ୍ଡଷ୍ଟ୍ରିଆଲ ସିକ୍ୟୁରିଟି ଫୋର୍ସ ( OISF) ଯବାନଙ୍କୁ ନେଇ ଗୁଆଲିରୁ ଘଟଗାଁ ଯାଉଥିବା ଏକ ବସକୁ ପଛରୁ ଧକ୍କା ଦେଲା ଟ୍ରକ। ଭାରସାମ୍ୟ ହରାଇ ବସଟି ଆଗରେ ଯାଉଥିବା ଅନ୍ୟ ଏକ ଟ୍ରକ ପଛରେ ପିଟି ହେବାରୁ ଗାଡ଼ିରେ ବସିଥିବା ଯବାନ ଆହତ ହେଇଛନ୍ତି। ପ୍ରବଳ କୁହୁଡ଼ି ଯୋଗୁଁ ଦୁର୍ଘଟଣା ଘଟିଥିବା ସନ୍ଦେହ କରାଯାଉଛି ।

ଏହି ଘଟଣାରେ ୧୦ ଜଣଙ୍କୁ ଗଭୀର ଆଘାତ ଲାଗିଛି। ଆହତମାନଙ୍କୁ ଚମ୍ପୁଆ ଡାକ୍ତର ଖାନା ଓ ବାସୁଦେବପୁର ଡ଼ାକ୍ତରଖାନାରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଛି। ୨୮ ଯବାନଙ୍କୁ ନେଇ ଏହି ବସଟି ଘଟଗାଁ ଆନୁଆଲ କୋର୍ସ ଫାଇରିଙ୍ଗ ପରୀକ୍ଷା କେନ୍ଦ୍ରକୁ ଯାଉଥିବା ବେଳେ ଏହି ଅଘଟଣ ଅଘଟିଥିବା ଜଣାପଡିଛି। ଦୁର୍ଘଟଣା ପରେ ଟ୍ରକ୍ ସହ ଚାଳକ ଫେରାର । ଚମ୍ପୁଆ ପୋଲିସ ଘଟଣାସ୍ଥଳରେ ପହଂଚି ତଦନ୍ତ ଆରମ୍ଭ କରିଛି ।

Leave a Reply

Your email address will not be published. Required fields are marked *