ଅନୁଗୁଳ ଜିଲ୍ଲା ବଅଁରପାଳ ଥାନା ଅନ୍ତର୍ଗତ ନୂଆହତା ଗାଁରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଘଟିଛି। ପାଇଖାନା ଟାଙ୍କିରେ ପଶି କାମ କରୁଥିବା ବେଳେ ଶ୍ୱାସରୁଦ୍ଧ ହୋଇ ୨ଜଣ ଶ୍ରମିକଙ୍କ ମୃତ୍ୟୁ ହୋଇଛି। ମୃତକଙ୍କ ଘର ମୟୂରଭଞ୍ଜ ଜିଲ୍ଲାରେ ହୋଇଥିବା ସୂଚନା ମିଳିଛି।

ଖବର ପାଇ ବଅଁରପାଳ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଦମକଳ ବାହିନୀ ସହାୟତାରେ ମୃତଦେହ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଥିବା ଜଣାପଡିଛି। ଏ ନେଇ ଏକ ମାମଲା ରୁଜୁ କରି ଅଧିକ ତଦନ୍ତ ଜାରି ରଖିଛି।

Leave a Reply

Your email address will not be published. Required fields are marked *