ଓଡ଼ିଶାକୁ ଭିଜାଇବ ଡବଲ୍ ଲଘୁଚାପ। ପଶ୍ଚିମ ବଙ୍ଗୋପସାଗରରେ ସକ୍ରିୟ ଲଘୁଚାପ ପ୍ରଭାବରେ ବର୍ଷା ହେଉଥିବା ବେଳେ ଆଜି କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହେବ ଆଉ ଗୋଟିଏ ଲଘୁଚାପ କ୍ଷେତ୍ର। ଯାହାର ପ୍ରଭାବରେ ଆଜିଠୁ ଭିଜିବ ସାରା ଓଡ଼ିଶା ।

ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ସକ୍ରିୟ ଥିବା ଲଘୁଚାପ ବର୍ତ୍ତମାନ ଉତ୍ତର ଓଡ଼ିଶା ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ରହିଛି । ଏହା ଧୀରେ ଧୀରେ ଦୁର୍ବଳ ହେବାର ସମ୍ଭାବନା ରହିଛି । ସେପଟେ ଆଉ ଏକ ଘୁର୍ଣ୍ଣିବଳୟ ପୂର୍ବ କେନ୍ଦ୍ରୀୟ ବଙ୍ଗୋପ ସାଗରରେ ସୃଷ୍ଟି ହୋଇଛି । ଯାହା ସେପ୍ଟେମ୍ବର ୨୬ରେ ଅବପାତରେ ପରିଣତ ହୋଇ ଦକ୍ଷିଣ ଓଡ଼ିଶା ଓ ଉତ୍ତର ଆନ୍ଧ୍ର ପ୍ରଦେଶ ଉପକୂଳ ଅତିକ୍ରମ କରିବ। ଏହାର ପ୍ରଭାବରେ ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

Leave a Reply

Your email address will not be published. Required fields are marked *