ସୁନ୍ଦରଗଡ଼ ଜିଲ୍ଲା ରାଉରକେଲାରେ ପୁଣି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଦୁଇ ଭଉଣୀ ମିଶି ଚପଲ କିଣିବାକୁ ମାର୍କେଟ ଯାଇଥିବା ବେଳେ ରାଉରକେଲା ପ୍ଲାଣ୍ଟ ସାଇଟ୍‌ ଥାନା ଅଞ୍ଚଳର ଏକ ନିଛାଟିଆ ରାସ୍ତାରେ ୭ ଜଣ ଦୁବୃତ୍ତ ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି। ସାନଭଉଣୀକୁ ବଳାତ୍କାର କରାଯାଇଥିବା ବେଳେ ବଡ଼ ଭଉଣୀଙ୍କୁ ଅସଦାଚରଣ କରାଯାଇଥିବା ଅଭିଯୋଗ ହୋଇଛି। ପୀଡ଼ିତା ଏ ସମ୍ପର୍କରେ ମାଲଗୋଦାମ ଅଞ୍ଚଳରେ ରହୁଥିବା ସମ୍ପର୍କୀୟଙ୍କୁ ଜଣାଇବା ପରେ ପ୍ଲାଣ୍ଟ ସାଇଟ୍ ଥାନାରେ ଏତଲା ଦିଆଯାଇଥିଲା। ଏହି ଘଟଣାରେ ପୁଲିସ ୩ ଜଣଙ୍କୁ ଅଟକ ରଖି ପଚରାଉଚରା କରୁଥିବା ବେଳେ ପୀଡ଼ିତାଙ୍କୁ ଡାକ୍ତରୀମାଇନା ପାଇଁ ପଠାଇଛି। ଏହି ଘଟଣାରେ ଆଉ କେହି ସଂପୃକ୍ତ ଅଛନ୍ତି କି ନାହିଁ ପୁଲିସ ତଦନ୍ତ କରୁଛି।

Leave a Reply

Your email address will not be published. Required fields are marked *