ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି ବୈଦେଶିକ ମନ୍ତ୍ରୀ ଏସ୍‌.ଜୟଶଙ୍କର। ଆଜି ଓ କାଲି ସେ ଦୁଇଦିନ ଓଡ଼ିଶାରେ ରହିବେ । ଏବେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିଛନ୍ତି ଜୟଶଙ୍କର। ଭୁବନେଶ୍ୱର ବିମାନବନ୍ଦରରେ ଜୟଶଙ୍କରଙ୍କୁ ଭବ୍ୟ ସ୍ୱାଗତ କରିଛନ୍ତି ରାଜ୍ୟ ବିଜେପିର ବରିଷ୍ଠ ନେତାଗଣ ।

ତାଙ୍କର ଆଜି ଭୁବନେଶ୍ୱରରେ ବିଭିନ୍ନ କାର୍ଯ୍ୟକ୍ରମ ରହିଛି । ଯେପରିକି ଏଡିଟର୍ସ ମିଟ, ବୁଦ୍ଧିଜୀବୀ ସମ୍ମିଳନୀ ପରେ ଏକ ସାମ୍ବାଦିକ ସମ୍ମିଳନୀ କରିବେ।

ଆସନ୍ତାକାଲି ସକାଳେ କଟକ ଯାଇ ଦଳୀୟ କାର୍ଯ୍ୟକ୍ରମରେ ଯୋଗ ଦେବେ। ପରେ ଅପରାହ୍ନରେ ସମ୍ବଲପୁରରେ ବୁଦ୍ଧିଜୀବୀ ସମ୍ମିଳନୀରେ ଯୋଗଦେବେ ।

ତେବେ ପ୍ରଥମ ପର୍ଯ୍ୟାୟ ମତଦାନ ପୂର୍ବରୁ ବିଜେପିର ପ୍ରମୁଖ ଶୀର୍ଷ ନେତାଙ୍କ ଓଡିଶା ଗସ୍ତ ଜାରି ରହିଛି ।

Leave a Reply

Your email address will not be published. Required fields are marked *