ଆଜିଠୁ ପ୍ରଶିକ୍ଷଣ ନେବେ ନବାଗତ ବିଧାୟକ । ସପ୍ତଦଶ ବିଧାନସଭାକୁ ନିର୍ବାଚିତ ହୋଇଥିବା ୮୪ ଜଣ ନବ ନିର୍ବାଚିତ ବିଧାୟକଙ୍କୁ ଦିଆଯିବ ପ୍ରଶିକ୍ଷଣ। ଦୁଇଦିନ ଏହି ପ୍ରଶିକ୍ଷଣ ଶିବିର ଆୟୋଜିତ ହେବ। ତେଣୁ ବିଧାନସଭାରେ ନୂଆ ବିଧାୟକମାନଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମ କାର୍ଯ୍ୟକ୍ରମରେ ଯୋଗ ଦେବାପାଇଁ ଆଜି ଦିନିକିଆ ଓଡ଼ିଶା ଗସ୍ତରେ ଆସିଛନ୍ତି କେନ୍ଦ୍ର ସଂସଦୀୟ ବ୍ୟାପାର ତଥା ସଂଖ୍ୟା ଲଘୁ ମନ୍ତ୍ରୀ କିରନ ରିଜିଜୁ । ଏହି ପ୍ରଶିକ୍ଷଣ ଶିବିରକୁ ଉଦଘାଟନ କରି ନୂଆ ବିଧାୟକମାନଙ୍କୁ ନିଜ ଅନୁଭୂତି ବାଣ୍ଟିବେ କେନ୍ଦ୍ରମନ୍ତ୍ରୀ । ଏହାପରେ ସନ୍ଧ୍ୟାରେ ସେ ଦିଲ୍ଲୀ ଫେରିଯିବେ।

ଅନ୍ୟପଟେ ଆଜି ଭୁବନେଶ୍ବରରେ ପହଞ୍ଚିବା ପରେ ବାଂଲାଦେଶରେ ହିନ୍ଦୁଙ୍କ ପ୍ରତି ହେଉଥିଲା ହିଂସାକୁ ନେଇ ପ୍ରତିକ୍ରିୟା ଦେଇଛନ୍ତି କେନ୍ଦ୍ରମନ୍ତ୍ରୀ କିରଣ ରିଜିଜୁ । ସେ କହିଛନ୍ତି ପ୍ରଧାନମନ୍ତ୍ରୀ ବାଂଲାଦେଶକୁ ବାର୍ତ୍ତା ଦେଇଛନ୍ତି । ବାଂଲାଦେଶର ଅନ୍ତରୀଣ ସରକାରର ମୁଖିଆଙ୍କ ସହ କଥାହୋଇଛନ୍ତି । ପ୍ରଧାନମନ୍ତ୍ରୀଙ୍କ ନେତୃତ୍ୱରେ ବିଦେଶ ମନ୍ତ୍ରାଳୟ ଦେଖାଶୁଣା କରୁଛି ।

Leave a Reply

Your email address will not be published. Required fields are marked *