ଅଦିନିଆ ବର୍ଷାକୁ ପ୍ରାକୃତିକ ବିପର୍ଯ୍ୟୟ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଆଜି କୃଷି ଓଡ଼ିଶା କାର୍ଯ୍ୟକ୍ରମରେ ଯୋଗ ଦେଇ ଅଦିନିଆ ବର୍ଷାକୁ ପ୍ରାକୃତିକ ବିପର୍ଯ୍ୟୟ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । ସେ କହିଛନ୍ତି ୩୩ ପ୍ରତିଶତ ରୁ ଅଧିକ ରୁ ଅଧିକ ଫସଲ ନଷ୍ଟ ହୋଇଥିଲେ ଚାଷୀଙ୍କୁ ମିଳିବ କ୍ଷତିପୁରଣ । ଚଳିତବର୍ଷ ଅଦିନିଆ ବର୍ଷାରେ ୬ ଲକ୍ଷ ୬୬ ହଜାର ୭ଶହ ଚାଷୀ କ୍ଷତିଗ୍ରସ୍ତ ହୋଇଛି । ୨ ଲକ୍ଷ ୨୬ ହଜାର ହେକ୍ଟର ଜମିରେ ୩୩ ପ୍ରତିଶତ କ୍ଷତି ହୋଇଥିବା ଚାଷୀଙ୍କୁ ୨୯୧ କୋଟି ୫୯ ଲକ୍ଷ ଟଙ୍କା କ୍ଷତିପୂରଣ ମିଳିବ । ସେ ଆଉ ମଧ୍ୟ କହିଛନ୍ତି ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନାର ରିଲିଫ୍ ପାଣ୍ଠିରୁ ଏହି ସହାୟତା ଦିଆଯିବ। ଏଣିକି ଅଦିନିଆ ବର୍ଷାରେ କ୍ଷତିଗ୍ରସ୍ତ ହେଲେ ଚାଷୀଙ୍କୁ ସମସ୍ତ କ୍ଷତିପୂରଣ ଦିଆଯିବ । ଅଦିନିଆ ବର୍ଷାର ତଥାରଥ କରିବା ପାଇଁ ଜିଲ୍ଲାପାଳଙ୍କୁ ପରାମର୍ଶ ଦିଆଯାଇଥିଲା । ତେବେ ଜିଲ୍ଲାପାଳମାନେ ତଦନ୍ତ କରି ରିପୋର୍ଟ ମଧ୍ୟ ପ୍ରଦାନ କରିଛନ୍ତି । ଜିଲ୍ଲାପାଳ ମାନଙ୍କଠାରୁ କ୍ଷୟକ୍ଷତି ରିପୋର୍ଟ ହସ୍ତଗତ ପରେ ରାଜ୍ୟ ସରକାର ଅଦିନିଆ ବର୍ଷାକୁ ପ୍ରାକୃତିକ ବିପର୍ଯ୍ୟୟ ରୂପେ ଘୋଷଣା କରିଛନ୍ତି । Post navigation ପୂର୍ବ ନବୀନ ସରକାରଙ୍କ ଉପରେ ବର୍ଷିଲେ ମୋହନ ମାଝୀ ଜାନୁଆରୀ ୫ ପରେ ରାଜ୍ୟରେ କମିବ ଶୀତ