ୟୁନିଅନ ପବ୍ଲିକ୍ ସର୍ଭିସ୍ କମିଶନ (UPSC) ଆଜି ସିଭିଲ୍ ସର୍ଭିସେସ୍ ପରୀକ୍ଷା (CSE) ଫାଇନାଲ୍ ରେଜଲ୍ଟ ୨୦୨୫ ଘୋଷଣା କରିଛି। ଏଥିରେ ମୋଟ୍‌ ୯୫୮ ପରୀକ୍ଷାର୍ଥୀ କୃତକାର୍ଯ୍ୟ ହୋଇଛନ୍ତି । ଚତିତବର୍ଷ ଅନୁଜ ଅଗ୍ନିହୋତ୍ରୀ ଟପ୍ପର ହୋଇଥିବା ବେଳେ ଦ୍ୱିତୀୟରେ ରାଜେଶ୍ୱରୀ ସୁଭେ ଏମ, ଅକାଂଶ ଧୂଲ ତୃତୀୟ ସ୍ଥାନ ହାସଲ କରିଛନ୍ତି ।

ସେହିପରି ଚତୁର୍ଥରେ ରାଘବ ଝୁନଝୁନଓ୍ବାଲା, ପଞ୍ଚମରେ ଇଶାନ ଭଟ୍ଟନାଗର, ଷଷ୍ଠରେ ଜିନିଆ ଅରୋରା, ସପ୍ତମରେ ରାଜାହ ମହାଇଦ୍ଦିନ, ଅଷ୍ଟମରେ ପକ୍ଷାଲ ସେକ୍ରେଟ୍ରି, ନବମରେ ଆସ୍ଥା ଜୈନ, ଦଶମରେ ଉଜ୍ଜ୍ବଳ ପ୍ରିୟଙ୍କ ରହିଛନ୍ତି । ଏହା ସହ ୧୦୦ତମ ସ୍ଥାନରେ ଓଡ଼ିଶାର ସାତ୍ତ୍ୱିକ ସତ୍ୟକାମ ଦେବତା ଓ ୧୨୧ତମ ସ୍ଥାନରେ ଅମ୍ରିତ ମହାପାତ୍ର ରହିଛନ୍ତି।

ପରୀକ୍ଷା ଦେଇଥିବା ପ୍ରାର୍ଥୀମାନେ ଏବେ ଅଫିସିଆଲ୍ ୱେବସାଇଟ୍, ଅର୍ଥାତ୍ upsc.gov.inରେ ଚୂଡ଼ାନ୍ତ ମେରିଟ୍ ଲିଷ୍ଟ ଯାଞ୍ଚ କରିପାରିବେ। କମିଶନ ବିଭିନ୍ନ ସେବା ପାଇଁ ମନୋନୀତ ପ୍ରାର୍ଥୀଙ୍କ ନାମ ସହିତ PDF ଫର୍ମାଟରେ ମେରିଟ୍ ଲିଷ୍ଟ ପ୍ରକାଶ କରିଛି।

ଚଳିତଥର ସିଭିଲ୍ ସର୍ଭିସେସ୍ ପ୍ରିଲିମ୍ସ ପରୀକ୍ଷା ୨୫ ମେ ୨୦୨୫ରେ ଅନୁଷ୍ଠିତ ହୋଇଥିଲା। ମେନ୍ ପରୀକ୍ଷା ୨୨ ଅଗଷ୍ଟ ରୁ ୩୧ ଅଗଷ୍ଟ, ୨୦୨୫ ପର୍ଯ୍ୟନ୍ତ ଅନୁଷ୍ଠିତ ହୋଇଥିଲା। ଶେଷ ପର୍ଯ୍ୟାୟ, ବ୍ୟକ୍ତିତ୍ୱ ପରୀକ୍ଷା ବା ସାକ୍ଷାତକାର, ୨୭ ଫେବୃଆରୀ, ୨୦୨୬ ରେ ଶେଷ ହୋଇଥିଲା।

Leave a Reply

Your email address will not be published. Required fields are marked *