ବେଦାନ୍ତ ଗତ ଦୁଇ ଦଶନ୍ଧି ଧରି ଓଡ଼ିଶାର ଅଂଶୀଦାର ହୋଇ ୧ ଲକ୍ଷ କୋଟି ଟଙ୍କାରୁ ଅଧିକ ପୁଞ୍ଜି ନିବେଶ କରିଥିବାବେଳେ ଆଉ ୧ଲକ୍ଷ କୋଟି ଟଙ୍କାର ନୂତନ ପୁଞ୍ଜି ବିନିଯୋଗ କରିବାକୁ ଯାଉଛି ।  ଏ ନେଇ ମୁମ୍ବାଇ ନିବେଶକ ସମ୍ମିଳନୀରେ ଆଲୋଚନା ବେଳେ ସୂଚନା ଦିଆଯାଇଛି । ଆଲୁମିନିୟମ ଡାଉନଷ୍ଟ୍ରିପ ଶିଳ୍ପ ସମ୍ପ୍ରସାରଣ ପାଇଁ ବେଦାନ୍ତ ଚେୟାରମ୍ୟାନଙ୍କ ସହ ଆଲୋଚନା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଓଡ଼ିଶାରେ ଇଭି ଉତ୍ପାଦନ ନେଇ ମଧ୍ୟ ହୋଇଛି ଆଲୋଚନା । ଏହା ସହ ମେକ୍ ଇନ୍ ଓଡ଼ିଶା କନ୍ କ୍ଲେଭ୍ ୨୦୨୫ ରୋଡ୍ ସୋ’ରେ ୧୮ ପ୍ରତିଷ୍ଠିତ କମ୍ପାନି ମୁଖ୍ୟଙ୍କ ସହ ଆଲୋଚନା କରିଛନ୍ତି କରିଛନ୍ତି ମୁଖ୍ୟମନ୍ତ୍ରୀ ।

ମେକ୍ ଇନ୍ ଓଡ଼ିଶା କନ୍ କ୍ଲେଭ୍ ରୋଡ୍ ସୋ’ରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି ୨୦୪୭ ସୁଦ୍ଧା ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ବିକଶିତ ଭାରତ ପରିକଳ୍ପନା ପ୍ରତି ଓଡ଼ିଶାର ନୂତନ ଡବଲ ଇଞ୍ଜିନ ସରକାର ପ୍ରତିଶ୍ରୁତିବଦ୍ଧ । ୨୦୩୦ ସୁଦ୍ଧା ଓଡ଼ିଶାକୁ ଅଧା ଟ୍ରିଲିୟନ ଡଲାର ଅର୍ଥନୀତିରେ ପରିଣତ କରିବାକୁ ଲକ୍ଷ୍ୟ ରଖାଯାଇଥିବାରୁ ଆମେ ନୂଆ ଓଡ଼ିଶାରେ ପୁଞ୍ଜିନିବେଶ କରିବାକୁ ବିଶ୍ୱକୁ ଆମନ୍ତ୍ରଣ କରୁଛୁ ।

ମୁଖ୍ୟମନ୍ତ୍ରୀ ଆଉ ମଧ୍ୟ କହିଛନ୍ତି ଜାନୁଆରୀ ୨୦୨୫ରେ ମେକ୍ ଇନ୍ ଓଡ଼ିଶା କାର୍ଯ୍ୟକ୍ରମ ଉତ୍କର୍ଷ ଓଡ଼ିଶା ଆୟୋଜନ କରୁଛୁ ଏବଂ ଆଜି ପ୍ରି-ଇଭେଣ୍ଟ ରୋଡ୍ ସୋ’ ସମୟରେ ଆମେ ବେଦାନ୍ତ ଅଧ୍ୟକ୍ଷ ଶ୍ରୀ ଅନୀଲ ଅଗ୍ରୱାଲଙ୍କ ସହ ଫଳପ୍ରଦ ଆଲୋଚନା କରିଛୁ ଯିଏ କି ଆମର ନୂତନ ସୁଦୃଢ଼ ନୀତି ଢାଞ୍ଚାରେ ପ୍ରଭାବିତ ହୋଇଛନ୍ତି । ଓଡ଼ିଶାରେ ପୁଞ୍ଜିନିବେଶକୁ ଦ୍ୱିଗୁଣିତ କରିଛନ୍ତି । ନୂଆ ଆଲୁମିନା ପ୍ରକଳ୍ପରେ ୧ ଲକ୍ଷ କୋଟି ଟଙ୍କାର ବିନିଯୋଗ ସୁଯୋଗ ରହିଛି ଯାହା ରାଜ୍ୟବାସୀଙ୍କ ପାଇଁ ଅଧିକ ନିଯୁକ୍ତି ସୃଷ୍ଟି କରିବ ।

Leave a Reply

Your email address will not be published. Required fields are marked *