ମହାକୁମ୍ଭ ଦଳାଚକଟା ଘଟଣା ପରେ ଯୋଗୀ ସରକାରଙ୍କ ବଡ଼ ପଦକ୍ଷେପ ନେଇଛନ୍ତି। ୫ ବଡ଼ ନିଷ୍ପତ୍ତି ନେଇଛନ୍ତି ଯୋଗୀ ସରକାର । ମହାକୁମ୍ଭରେ ଭିଭିଆଇପିଙ୍କ ପାସ୍‌ ଓ ଗାଡ଼ିକୁ ସମ୍ପୂର୍ଣ୍ଣ ବାରଣ କଲେ ସରକାର। କୌଣସି ପ୍ରକାର ବିଶେଷ ପାସ ଆଉ କୁମ୍ଭମେଳାରେ କାମ କରିବ ନାହିଁ । ସେହିପରି ମେଳା ପରିସରକୁ ନୋ-ଭେହିକିଲ ଜୋନ ଘୋଷଣା କରାଯାଇଛି । କୌଣସି ପ୍ରକାର ଗାଡି ମେଳା କ୍ଷେତ୍ର ମଧ୍ୟକୁ ପ୍ରବେଶ କରିପାରିବ ନାହିଁ । ପ୍ରୟାଗରାଜରେ ୱାନ ୱେ ମାର୍ଗ ବ୍ୟବସ୍ଥା ଲାଗୁ କରାଯାଇଛି । ଫେବ୍ରୁଆରୀ ୪ ଯାଏଁ ଚାରି ଚକିଆ ଗାଡ଼ି ପ୍ରବେଶ ଉପରେ କଟକଣା ରହିବ । ଯାହା ଦ୍ବାରା ଶ୍ରଦ୍ଧାଳୁଙ୍କ ଯାତାୟତ ସମସ୍ୟା ରହିବ ନାହିଁ ।

ସୂଚନା ଅନୁସାରେ ଗତକାଲି ପ୍ରୟାଗରାଜ ମହାକୁମ୍ଭରେ ମୌନି ଅମାବାସ୍ୟା ଅମୃତ ସ୍ନାନ ପୂର୍ବରୁ ଦଳାଚକଟା ହୋଇଛି । ସଙ୍ଗମ ସ୍ଥଳରେ ଦଳାଚକଟାରେ ୩୦ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୫୦ରୁ ଅଧିକ ଆହତ ହୋଇଛନ୍ତି । ମୃତକମାନଙ୍କ ମଧ୍ୟରୁ ୨୫ ଜଣଙ୍କ ପରିଚୟ ଜଣାପଡ଼ିଛି ।

Leave a Reply

Your email address will not be published. Required fields are marked *