ଓଡ଼ିଶାର ଜଣାଶୁଣା ବରିଷ୍ଠ କଳାକାର ଆର୍ତ୍ତତ୍ରାଣ ମିଶ୍ରଙ୍କର ପରଲୋକ ଘଟିଛି। ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି।

ମିଳିଥିବା ସୂଚନା ଅନୁଯାୟୀ, ଗତ ୨୨ ତାରିଖରେ ଗଣିଆ କିଶୋରପ୍ରସାଦ ନିକଟରେ ଘଟିଥିବା ଏକ ସଡ଼କ ଦୁର୍ଘଟଣାରେ ସେ ଗୁରୁତର ଭାବେ ଆହାତ ହୋଇଥିଲେ। ଦୁର୍ଘଟଣା ପରେ ତାଙ୍କୁ ତୁରନ୍ତ ଚିକିତ୍ସା ପାଇଁ ଭୁବନେଶ୍ୱରର ଏକ ଘରୋଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ତେବେ ଚିକିତ୍ସାଧୀନ ଅବସ୍ଥାରେ ଆଜି ତାଙ୍କର ମୃତ୍ୟୁ ଘଟିଛି।

 

 

Leave a Reply

Your email address will not be published. Required fields are marked *