ଓଡ଼ିଶାରେ ଉପରାଷ୍ଟ୍ରପତି ସି.ପି. ରାଧାକ୍ରିଷ୍ଣନ୍ । ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିବା ପରେ ଉପରାଷ୍ଟ୍ରପତିଙ୍କୁ ଭବ୍ୟ ସ୍ବାଗତ ସମ୍ବର୍ଦ୍ଧନା ଦିଆଯାଇଥିଲା । ରାଜ୍ୟପାଳ ହରିବାବୁ କମ୍ଭମପାଟି, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଉପରାଷ୍ଟ୍ରପତିଙ୍କୁ ସ୍ବାଗତ କରିଥିଲେ । ଦିନିକିଆ ଗସ୍ତରେ ଓଡ଼ିଶା ଆସିଛନ୍ତି ଉପରାଷ୍ଟ୍ରପତି । ଉପରାଷ୍ଟ୍ରପତିଙ୍କ ସ୍ବାଗତ ପାଇଁ ବିମାନବନ୍ଦରରେ କଡା ସୁରକ୍ଷା ବ୍ୟବସ୍ଥା କରାଯାଇଥିଲା । ଏହି ସମୟରେ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ, ମେୟର ସୁଲୋଚନା ଦାସ ଉପସ୍ଥିତ ଥିଲେ । ସ୍ବାଗତ ପରେ ବିମାନବନ୍ଦରରୁ ସିଧାସଳଖ OUAT କ୍ୟାମ୍ପସକୁ ଯାଇଥିଲେ ଉପରାଷ୍ଟ୍ରପତି । ସେଠାରେ ଭାରତ ସରକାରଙ୍କ ମତ୍ସ୍ୟପାଳନ, ପଶୁପାଳନ ଏବଂ ଦୁଗ୍ଧ ଉତ୍ପାଦନ ମନ୍ତ୍ରାଳୟ ପକ୍ଷରୁ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି । Post navigation Drone Flies over Jagannath Temple: ରଥ ଯାତ୍ରା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାରେ ତ୍ରୁଟି; ଶ୍ରୀମନ୍ଦିର ଉପରେ ପୁଣି ଉଡ଼ିଲା ଡ୍ରୋନ୍ MP Dilip Ray Donates to Assam CMRF: ଆସାମର ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ ଶର୍ମାଙ୍କୁ ଭେଟି ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିକୁ ଦାନ କଲେ ରାଜ୍ୟସଭା ସାଂସଦ ଦିଲୀପ ରୟ