ସରକାରୀ ଟଙ୍କା ହଡପ ଅଭିଯୋଗରେ ଭିଜିଲାନ୍ସ ଜାଲରେ କଟକ ମତ୍ସ୍ଯ ସମ୍ପଦ ବିଭାଗ ଡେପୁଟି ଡ଼ାଇରେକ୍ଟର ବସନ୍ତ କୁମାର ଦାସ । ମତ୍ସ୍ୟ ଉପନିର୍ଦ୍ଦେଶକ ବସନ୍ତ କୁମାର ଦାସଙ୍କ ଘର ସମେତ ୫ଟି ସ୍ଥାନରେ ଭିଜିଲାନ୍ସ ଚଢାଉ କରିଛି । ପୁରୁଣା ଭୁବନେଶ୍ୱର ସ୍ଥିତ ଭଡାଘର, ପୁରୀ ତୋଟା ମହାବୀର ଲେନ ସ୍ଥିତ ଘର, ପୁରୀ ଜିଲ୍ଲା ଗୋରୁଳା ନିକଟ ଫାର୍ମହାଉସ, ଭଦ୍ରକ ଗୋବିନ୍ଦପୁର ସ୍ଥିତ ପୈତୃକ ଘର, କଟକସ୍ଥିତ ଅଫିସରେ ଜାରି ରହିଛି ଚଢ଼ାଉ। ପ୍ରାୟ ୧କୋଟି ୫ଲକ୍ଷ ଟଙ୍କାରୁ ଉର୍ଦ୍ଧ ସରକାରୀ ଅର୍ଥ ଆତ୍ମସାତ ଘଟଣାରେ ଭିଜିଲାନ୍ସ ତଦନ୍ତ ଆରମ୍ଭ କରିଛି ।

ସୂଚନା ମୁତାବକ ୨୦୨୪-୨୫ ଆର୍ଥିକ ବର୍ଷରେ ସରକାରୀ ଆକାଉଣ୍ଟରୁ ନିଜ ଆକାଉଣ୍ଟକୁ ଟଙ୍କା ଟ୍ରାନ୍ସଫର ହେଉଥିଲା। ସରକାରୀ ଆକାଉଣ୍ଟରୁ ତାଙ୍କ ବ୍ୟକ୍ତିଗତ ବ୍ୟାଙ୍କ ଆକାଉଣ୍ଟକୁ ପୁରୀର ଏସବିଆଇରେ ୧.୫ କୋଟି ଟଙ୍କା ଟ୍ରାନ୍ସଫର କରିଥିଲେ ଏବଂ ସେ ମଧ୍ୟ ଏହାକୁ ପ୍ରତ୍ୟାହାର କରି ନେଇଥିଲେ। ଏନେଇ ଭିଜିଲାନ୍ସ ନିକଟରେ ପୂର୍ବରୁ ଥିଲା ଅଭିଯୋଗ। ଅଭିଯୋଗ ଆଧାରରେ ଚଢ଼ାଉ କରିଛି ଭିଜିଲାନ୍ସ ।

Leave a Reply

Your email address will not be published. Required fields are marked *