ଭିଜିଲାନ୍ସ ଜାଲରେ ମାଥିଲି ବ୍ଲକ ସହକାରୀ ଯନ୍ତ୍ରୀ । ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ପଞ୍ଝାରେ ପଡ଼ିଛନ୍ତି ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକର ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ଶିଶିର ଦାଶ। ଆଜି ସକାଳୁ ଭୁବନେଶ୍ୱର ସମେତ ମୋଟ ୬ଟି ଭିନ୍ନ ଭିନ୍ନ ସ୍ଥାନରେ ଭିଜିଲାନ୍ସର ସ୍ୱତନ୍ତ୍ର ଟିମ୍ ଏକକାଳୀନ ଚଢ଼ାଉ ଜାରି ରଖିଛି ।

ବ୍ରହ୍ମପୁର ଭିଜିଲାନ୍ସ ସ୍ୱତନ୍ତ୍ର ଅଦାଲତଙ୍କ ସର୍ଚ୍ଚ ୱାରେଣ୍ଟ ବଳରେ ଭିଜିଲାନ୍ସ ଟିମ୍ ଭୁବନେଶ୍ୱର ବରମୁଣ୍ଡା ଅଞ୍ଚଳରେ ରହିଥିବା ଏକ ସୁଉଚ୍ଚ କୋଠା, ବ୍ରହ୍ମପୁର ନୀଳାଚଳ ନଗରରେ ଥିବା ଏକ ଦୁଇ ମହଲା କୋଠା ଏବଂ ଗଞ୍ଜାମ ଜିଲ୍ଲା ବାସୁଦେବପୁର ସ୍ଥିତ ତାଙ୍କର ପୈତୃକ ବାସଭବନରେ ଖାନତଲାସି କରୁଛି।

ଏହି ବୃହତ୍ ଆୟବହିର୍ଭୂତ ସମ୍ପତ୍ତି ଠାବ ଅପରେସନ୍‌କୁ ସୁଚାରୁ ରୂପେ ପରିଚାଳନା କରିବା ପାଇଁ ଜଣେ ଅତିରିକ୍ତ ଏସ୍‌ପି, ୫ ଜଣ ଡିଏସ୍‌ପି ଏବଂ ୫ ଜଣ ଇନ୍ସପେକ୍ଟରଙ୍କ ନେତୃତ୍ୱରେ ଏକ ଶକ୍ତିଶାଳୀ ଭିଜିଲାନ୍ସ ଟିମ୍ ନିୟୋଜିତ ଅଛନ୍ତି। ବର୍ତ୍ତମାନ ସୁଦ୍ଧା ଅଧିକାରୀଙ୍କ ବିଭିନ୍ନ ସ୍ଥାବର ଓ ଅସ୍ଥାବର ସମ୍ପତ୍ତିର କାଗଜପତ୍ର, ବ୍ୟାଙ୍କ ଆକାଉଣ୍ଟ ଏବଂ ଅନ୍ୟାନ୍ୟ ନଥିପତ୍ର ଗହନ ଯାଞ୍ଚ କରାଯାଉଛି।

Leave a Reply

Your email address will not be published. Required fields are marked *