ଭିଜିଲାନ୍ସ ଜାଲରେ ଏସଟିଏ ଡେପୁଟି କମିଶନର। ରାଜ୍ୟ ପରିବହନ ପ୍ରାଧିକରଣର ଡେପୁଟି କମିଶନର ପ୍ରଦୀପ ମହାନ୍ତିଙ୍କ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଘର, ଅଫିସ ସମେତ ୯ଟି ସ୍ଥାନରେ ଏକକାଳୀନ ଚଢାଉ କରିଛି ଭିଜିଲାନ୍ସ। ଭୁବନେଶ୍ବର, କଟକ, ଖୋର୍ଦ୍ଧା, ପୁରୀ ଓ ନୟାଗଡ଼ରେ ଚଢାଉ କରିଛି ଭିଜିଲାନ୍ସ ।

ଭୁବନେଶ୍ବର ମୈତ୍ରୀ ବିହାର ସ୍ଥିତ ଘର, ରଘୁନାଥପୁରରେ ଥିବା ୪ bhk ଫ୍ଲାଟ୍, ଗୋବିନ୍ଦପ୍ରସାଦରେ ଥିବା ୫ ମହଲା ନିର୍ମାଣଧିନ କୋଠାରେ, ନୟାଗଡ଼ ରଣପୁରରେ ଥିବା ଫାର୍ମହାଉସ, ଖୋର୍ଦ୍ଧା ଟାଙ୍ଗୀରେ ପୈତୃକ ଘର, ପୁରୀ ଭକ୍ତରତ୍ନ ଲେନ୍‌ରେ ଥିବା ସମ୍ପର୍କୀୟଙ୍କ ଘରେ ରେଡ୍ କରୁଛି ଭିଜିଲାନ୍ସ ବିଭାଗ । ଏହା ସହ ଭୁବନେଶ୍ବର ମଳିପଡ଼ାରେ ସମ୍ପର୍କୀୟଙ୍କ ନାଁରେ ଥିବା ପେଟ୍ରୋଲ ପମ୍ପ, ପୁରୀ ବାଲିଖଣ୍ଡରେ ପ୍ରଦୀପଙ୍କ ସମ୍ପର୍କୀୟଙ୍କ ନାଁରେ ନିର୍ମାଣଧିନ କୋଠା ଓ କଟକ ସ୍ଥିତ କାର୍ଯ୍ୟାଳୟରେ ମଧ୍ୟ ଭିଜିଲାନ୍ସ ଚଢ଼ଉ କରିଛି ।

ଏହି ଚଢ଼ାଉରେ ୨ ଏଏସପି, ୧୩ ଡିଏସପି, ୧୨ ଇନ୍ସପେକ୍ଟର, ୨୫ ଏଏସଆଇ ଓ ଅନ୍ୟ କର୍ମଚାରୀ ରେଡ୍ ରେ ସାମିଲ ହୋଇଛନ୍ତି ।

Leave a Reply

Your email address will not be published. Required fields are marked *