ଭିଜିଲାନ୍ସ ଜାଲରେ ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ଉପଜିଲ୍ଲାପାଳ ନାରାୟଣ ଚନ୍ଦ୍ର ନାୟକ। ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି। ଉପଜିଲ୍ଲାପାଳ ନାରାୟଣ ଚନ୍ଦ୍ର ନାୟକଙ୍କ କାର୍ଯ୍ୟାଳୟ ଓ ସରକାରୀ ବାସଭବନରେ ଭିଜିଲାନ୍ସ ରେଡ ହୋଇଛି । ଭଦ୍ରକ ବାସୁଦେବପୁର ଓ ଭୁବନେଶ୍ୱର ସ୍ଥିତ ନିଜ ଘର, ଶ୍ଵଶୁର ଘର , କାମାକ୍ଷାନଗର ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଓ ଆବାସିକ ଗୃହ ସମେତ ୧୦ ଟି ସ୍ଥାନରେ ଚଢ଼ାଉ ଚାଲିଛି। ଚଢ଼ାଉରେ କଟକ ଭିଜିଲାନ୍ସ ଓ ଢେଙ୍କାନାଳ ଭିଜିଲାନ୍ସ ଟିମ ସାମିଲ ଥିବା ସୂଚନା ମିଳିଛି।

ଭୁବନେଶ୍ୱର ଝାରପଡାରେ ରହିଛି ଗୋଟିଏ ତିନି ମହଲା ଓ ଏକ ମହଲା ଘର। ଭଦ୍ରକରେ ରହିଛି ତିନି ମହଲା ଓ ଦୁଇ ମହଲା ଘର। କାମାକ୍ଷାନଗର ସରକାରୀ କାର୍ଯ୍ୟାଳୟ ଓ ସରକାରୀ ଆବାସିକ ଘରେ ରେଡ଼ ଚାଲିଛି। ଭଦ୍ରକ ବାସୁଦେବପୁର ପୈତୃକ ଘର, ଭଦ୍ରକ ବରୁଣାଇରେ ସମ୍ପର୍କୀୟଙ୍କ ଘର, ଭଦ୍ରକ ଜୋରଗାଡ଼ିଆରେ ଜଣେ ସହଯୋଗୀଙ୍କ ଘର, ମୟୁରଭଞ୍ଜ ରାଇରଙ୍ଗପୁରରେ ଅନ୍ୟଜଣେ ସହଯୋଗୀଙ୍କ ଘରେ ମଧ୍ୟ ଚଢ଼ାଉ ଚାଲିଛି ।

ଏହି ରେଡରେ ଦଶ ଜଣ ଡିଏସପି ଓ ତିନି ଜଣ ଇନ୍ସପେକ୍ଟର ରେଡରେ ସାମିଲ ଅଛନ୍ତି ।

Leave a Reply

Your email address will not be published. Required fields are marked *