ବାଲେଶ୍ବର ଜିଲ୍ଲା ଟାଉନ ଥାନ ଅନ୍ତର୍ଗତ ସୁନହଟ ଛକ ନିକଟରେ ଏକ ନାଳରେ ରକ୍ତ ଭାସିବାକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ଘଟିଛି। ପରିସ୍ଥତିକୁ କାବୁ କରିବା ପାଇଁ ଟାଉନ ଥାନା ପୀର ବଜାରରୁ ପାତ୍ରପଡ଼ା ମଧ୍ୟରେ ୧୪୪ ଲାଗୁ କରାଯାଇଛି। ଉକ୍ତ ଗଣ୍ଡଗୋଳରେ ୪ରୁ ୫ ଜଣ ଆହତ ହୋଇଛନ୍ତି। ୧୫/୨୦ ଗାଡ଼ି ଭଙ୍ଗାରୁଜା ହୋଇଥିବା ଜଣାପଡ଼ିଛି।

ଅନ୍ୟପଟେ, ବାଲେଶ୍ଵରରେ ଆଜି ଘଟିଥିବା ଗୋଷ୍ଠୀ ଗତ ଉତ୍ତେଜନା ଘଟଣାରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ବାଲେଶ୍ଵର ଜିଲ୍ଲାପାଳଙ୍କ ସହ ଆଲୋଚନା କରି ପରିସ୍ଥିତିକୁ ନିୟନ୍ତ୍ରଣ କରିବା ପାଇଁ ଦୃଢ଼ ନିର୍ଦ୍ଦେଶ ଦେଇଛନ୍ତି।

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ କୌଣସି ପରିସ୍ଥିତିରେ ଶାନ୍ତି ଶୃଙ୍ଖଳା ବ୍ୟାହତ ହେବାକୁ ଦିଆ ଯିବ ନାହିଁ। ଓଡ଼ିଶା ଏକ ଶାନ୍ତି ପ୍ରିୟ ରାଜ୍ୟ । ଭାଇଚାରା ବଜାୟ ରଖି ସମସ୍ତେ ଶାନ୍ତି ଶୃଙ୍ଖଳା ବଜାୟ ରଖିବାକୁ ସେ ସମସ୍ତଙ୍କୁ ନିବେଦନ କରିଛନ୍ତି।

Leave a Reply

Your email address will not be published. Required fields are marked *