ଫୁଲୁଛି ମହାନଦୀ। ହୀରାକୁଦ ଡ୍ୟାମରୁ ଗେଟ୍ ଖୋଲିବା ପରେ ମହାନଦୀରେ ଜଳସ୍ତର ବଢୁଛି। ରବିବାରଠାରୁ ୨୦ଟି ଗେଟ୍ ଦେଇ ହୀରାକୁଦ ଡ୍ୟାମରୁ ଜଳ ନିଷ୍କାସନ ହେଉଛି। ବର୍ତ୍ତମାନ ହୀରାକୁଦ ଡ୍ୟାମ୍ର ଜଳ ପତ୍ତନ ୬୧୮ ଫୁଟ୍ ରହିଛି। ଛତିଶଗଡ ପଟେ ପ୍ରବଳ ବର୍ଷା ହେବା ଦ୍ଵାରା ହୀରାକୁଦ ଡ୍ୟାମରେ ଜଳସ୍ତର ଧୀରେ ଧୀରେ ବଢିବାରେ ଲାଗିଛି। ପ୍ରତି ସେକେଣ୍ଡକୁ ୨ ଲକ୍ଷ ୫୭ ହଜାର ୫୫ କ୍ୟୁସେକ ଜଳ ପ୍ରବେଶ କରୁଥିବାବେଳେ ନିଷ୍କାସିତ ହେଉଛି ୩ ଲକ୍ଷ ୪୭ ହଜାର ୬୨୮ କ୍ୟୁସେକ୍ ଜଳ। ଅପରପକ୍ଷରେ ଗେଟ ଖୋଲାଯିବା ପରେ ତଳମୁଣ୍ଡରେ ବିଭିନ୍ନ ନଦୀର ଜଳସ୍ତର ବଢ଼ିଥିଲେ ମଧ୍ୟ ବନ୍ୟା ଆଶଙ୍କା ନଥିବା ସ୍ବତନ୍ତ୍ର ରିଲିଫ ଆୟୁକ୍ତ ସତ୍ୟବ୍ରତ ସାହୁ ସୂଚନା ଦେଇଛନ୍ତି। ଏହାସତ୍ତ୍ବେ ମହାନଦୀ ଅବବାହିକାର ବିଭିନ୍ନ ଜିଲ୍ଲା ଜିଲ୍ଲାପାଳଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି। ସମ୍ବଲପୁର, ସୁବର୍ଣ୍ଣପୁର, ବୌଦ୍ଧ, ନୟାଗଡ଼, ଅନୁଗୋଳ, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା ଓ ପୁରୀ ଜିଲ୍ଲାପାଳଙ୍କୁ ସତର୍କ କରାଇଛନ୍ତି। ବନ୍ୟାଜଳ ପ୍ରବାହିତ ହେବା ସମୟରେ ନଦୀ ଭିତରକୁ ଲୋକଙ୍କୁ ନଯିବା ପାଇଁ ସତର୍କ କରାଇବାକୁ ନିର୍ଦ୍ଦେଶ ଦେଇଛନ୍ତି । ଏଥିସହ ସ୍ଥିତି ଉପରେ କଡ଼ା ନଜର ରଖିବାକୁ ଏସଆରସି ନିର୍ଦ୍ଦେଶ ଦେଇଛନ୍ତି । Post navigation ସରଗରମ ହେବ ବିଧାନସଭା; ମୁଖ୍ୟମନ୍ତ୍ରୀଙ୍କ ବିରୋଧରେ ଆସିବ ସ୍ଵାଧିକାର ଭଙ୍ଗ ନୋଟିସ ଆଜି ରତ୍ନଭଣ୍ଡାର ସ୍ଵତନ୍ତ୍ର ତଦାରଖ କମିଟି ବୈଠକ