Wave of Devotion on Deba snana Purnima
ଆଜି ପବିତ୍ର ଦେବସ୍ନାନ ପୂର୍ଣ୍ଣିମା ଅବସରରେ ଶ୍ରୀକ୍ଷେତ୍ର ପୁରୀ ଭକ୍ତିମୟ ପରିବେଶରେ ଉଛୁଳି ଉଠିଛି। ସ୍ନାନବେଦିରେ ଚତୁର୍ଦ୍ଧାମୂର୍ତ୍ତିଙ୍କ ମହାସ୍ନାନ ଦର୍ଶନ ପାଇଁ ବଡ଼ଦାଣ୍ଡରେ ଲକ୍ଷାଧିକ ଭକ୍ତଙ୍କ ସମାଗମ ହୋଇଛି ।
 
ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ରାଜ୍ୟ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ଏବଂ ପୁରୀ ସାଂସଦ ସମ୍ବିତ ପାତ୍ର ପ୍ରମୁଖ ଆଜି ଶ୍ରୀମନ୍ଦିରରେ ପହଞ୍ଚି ଚତୁର୍ଦ୍ଧାମୂର୍ତ୍ତିଙ୍କ ସ୍ନାନଯାତ୍ରା ଦର୍ଶନ କରିଛନ୍ତି । ହଜାର ହଜାର ଶ୍ରଦ୍ଧାଳୁଙ୍କ ଗହଣରେ ସେମାନେ ସ୍ନାନବେଦି ସମ୍ମୁଖରେ ମହାପ୍ରଭୁଙ୍କୁ ପ୍ରଣାମ କରିଛନ୍ତି ।
 
ସ୍ନାନଯାତ୍ରା ଦର୍ଶନ ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସିଧାସଳଖ ରଥଖଳାକୁ ଯାଇଥିଲେ । ରଥ ଯାତ୍ରାକୁ ସୁରୁଖୁରୁରେ ସମ୍ପାଦନ କରିବା ନିମନ୍ତେ ରଥଖଳାକୁ ଯାଇ ରଥ କାରିଗରଙ୍କୁ ରଥ କାମ ପଚାରି ବୁଝିଛନ୍ତି ମୁଖ୍ୟମନ୍ତ୍ରୀ ।
 
ସ୍ନାନବେଦିରେ ମହାପ୍ରଭୁଙ୍କୁ ଦର୍ଶନ ପରେ ମୁଖ୍ୟମନ୍ତ୍ରୀ ମାଝୀ ଗଣମାଧ୍ୟମକୁ କହିଛନ୍ତି, ‘ଓଡ଼ିଶାକୁ ସମୃଦ୍ଧ କରିବାକୁ ପ୍ରାର୍ଥନା କଲି – ସାରା ଜଗତର କଲ୍ୟାଣ ପାଇଁ ପ୍ରାର୍ଥନା କଲି’। ମହାପ୍ରଭୁଙ୍କ ଆଶୀର୍ବାଦରେ ରାଜ୍ୟରେ ଶାନ୍ତି, ସମୃଦ୍ଧି ଓ ବିକାଶ ହେଉ ବୋଲି ସେ କାମନା କରିଛନ୍ତି ।
wave-of-devotion-on-deba-snan-purnima

By Nirvay

Leave a Reply

Your email address will not be published. Required fields are marked *