ଭୁବନେଶ୍ବର: ବଢୁଥିବା ତାତିରୁ ସାମାନ୍ୟ ଆଶ୍ବସ୍ତି ମିଳିଛି। ରାଜ୍ୟରେ ମେଘୁଆ ପାଗ ସହ ତଳମୁହାଁ ହୋଇଛି ପାରଦ। ଉପକୂଳ ଓଡିଶାର ବିଭିନ୍ନ ସ୍ଥାନରେ ଝିପ୍‌ଝିପ୍ ବର୍ଷା ସହ ଆଜିଠାରୁ ୪ ଦିନ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବା ନେଇ ସୂଚନା ଦେଇଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଉପକୂଳ ଓଡିଶାର ଭଦ୍ରକ , କଟକ, କେନ୍ଦ୍ରାପଡା , ନୟାଗଡ, ଖୋର୍ଦ୍ଧା, ପୁରୀ ତଥା ଆଭ୍ୟନ୍ତରୀଣ ଓଡିଶାର ଅନୁଗୁଳ, କେନ୍ଦୁଝର, ଢେଙ୍କାନାଳ ପ୍ରଭୃତି କିଛି ଜିଲ୍ଲାରେ ମେଘୁଆ ପାଗ ସହ କୋହଲା ପାଗ ରହିଛି। ୯ ଜିଲ୍ଲାରେ କୋହଲା ପାଗ ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି। ଶନିବାର ସକାଳୁ ଭୁବନେଶ୍ବର ସମେତ ବିଭିନ୍ନ ସ୍ଥାନରେ ମେଘୁଆ ପାଗ ସାଙ୍ଗକୁ ଝିପ୍‌ଝିପ୍‌ ବର୍ଷା ହୋଇଛି। ବର୍ଷା ଯୋଗୁଁ ଯାତାୟାତରେ ବାଧା ଉପୁଜିଛି।

By Shree

Passionate about writing political content and unbiased journalism

Leave a Reply

Your email address will not be published. Required fields are marked *