ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଏବେ ବାଂଲାଦେଶ ଓ ଗାଙ୍ଗେୟ ଉପତ୍ୟକାରେ ସକ୍ରିୟ ହୋଇଛି। ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ୪ ଦିନ ପ୍ରବଳ ବର୍ଷା ହୋଇପାରେ ବୋଲି ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର।

ଆଗାମୀ ୨୪ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ପାଇଁ ସୁନ୍ଦରଗଡ଼, କେନ୍ଦୁଝର, ଝାରସୁଗୁଡ଼ା, ଦେବଗଡ଼, ସମ୍ବଲପୁର, ଅନୁଗୁଳ, ବରଗଡ଼, ସୋନପୁର, ବୌଦ୍ଧ, ବଲାଙ୍ଗିର, ନୂଆପଡ଼ା, କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ ଏବଂ ମାଲକାନଗିରି ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ଆସନ୍ତା ୩୧ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଏଭଳି ବର୍ଷା ଜାରି ରହିବା ।

ଲଘୁଚାପ ପ୍ରଭାବରେ ସମୁଦ୍ର ଅଶାନ୍ତ ରହିବ । ଏଣୁ ଆସନ୍ତା ୨୪ ଘଣ୍ଟା ପର୍ଯ୍ୟନ୍ତ ସମୁଦ୍ର ଭିତରକୁ ମତ୍ସ୍ୟଜୀବିଙ୍କୁ ଯିବାକୁ ବାରଣ କରିଛି ପାଣିପାଗ ବିଭାଗ ।

Leave a Reply

Your email address will not be published. Required fields are marked *