ଆଜି ରାଜ୍ୟର ବିଭିନ୍ନ ଜିଲ୍ଲାକୁ ବିଜୁଳି ଘଡଘଡି ସହ ବର୍ଷା ଆଲର୍ଟ ଦେଇଛି ପାଣିପାଗ ବିଭାଗ । ଆଜି ପାଇଁ ୧୧ଟି ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ପୁରୀ, ଖୋର୍ଦ୍ଧା, ନୟାଗଡ଼, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗିର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର ଓ ରାୟଗଡ଼ାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

ସେହିଭଳି ଆସନ୍ତା ୧୧ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବା ସମ୍ଭାବନା ରହିଛି । ସେଭଳି ୧୧ ତାରିଖରୁ ତାପମାତ୍ରା ପୁଣି ୨ରୁ ୩ ଡିଗ୍ରୀ ବଢିବ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ତେବେ ୨ ଦିନ ରାଜ୍ୟର କିଛି ସ୍ଥାନରେ ସ୍ପଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ବିଜୁଳି ଘଡ଼ଘଡ଼ି ସହ ବର୍ଷା ଓ ହାଲକା ପବନ ବହିବା ନେଇ ସୂଚନା ରହିଛି ।

By Shree

Passionate about writing political content and unbiased journalism

Leave a Reply

Your email address will not be published. Required fields are marked *