ସାରା ଦେଶ ୭୮ତମ ସ୍ବାଧୀନତା ଦିବସ ପାଳିବ। ସ୍ୱାଧୀନତା ଦିବସ ପାଳନ ପାଇଁ ପ୍ରସ୍ତୁତି ମଧ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଏହା ମଧ୍ୟ କିଏ କେଉଁଠି ଜାତୀୟ ପତାକା ଉତ୍ତୋଳନ କରିବେ ତାହା ସ୍ପଷ୍ଟ ହୋଇଛି। ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସରେ ଭୁବନେଶ୍ୱରରେ ପତାକା ଉତ୍ତୋଳନ କରିବେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ। ନୂଆପଡ଼ାରେ ଉପମୁଖ୍ୟମନ୍ତ୍ରୀ କେ.ଭି ସିଂହଦେଓ, କଟକରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା, କଳାହାଣ୍ଡିରେ ସୁରେଶ ପୂଜାରୀ, ସୁନ୍ଦରଗଡ଼ରେ ରବି ନାରାୟଣ ନାଏକ, କୋରାପୁଟରେ ନିତ୍ୟାନନ୍ଦ ଗଣ୍ଡ, ନବରଙ୍ଗପୁରରେ କୃଷ୍ଣଚନ୍ଦ୍ର ପାତ୍ର, ଗଞ୍ଜାମରେ ପୃଥ୍ୱୀରାଜ ହରିଚନ୍ଦନ, ବରଗଡ଼ରେ ମୁକେଶ ମହାଲିଙ୍ଗ, ଗଜପତିରେ ବିଭୁତି ଭୂଷଣ ଜେନା, ବାଲେଶ୍ୱରରେ କୃଷ୍ଣଚନ୍ଦ୍ର ମହାପାତ୍ର, ବଲାଙ୍ଗୀରରେ ଗଣେଶ ରାମସିଂ ଖୁଣ୍ଟିଆ, ମାଲକାନଗିରିରେ ସୂର୍ଯ୍ୟବଂଶୀ ସୂରଜ, ଖୋର୍ଦ୍ଧାରେ ପ୍ରଦୀପ ବଳସାମନ୍ତ, କନ୍ଧମାଳରେ ଗୋକୁଳାନନ୍ଦ ମଲ୍ଲିକ, ରାୟଗଡ଼ାରେ ସମ୍ପଦ ଚନ୍ଦ୍ର ସ୍ୱାଇଁ ପତାକା ଉତ୍ତୋଳନ କରିବେ।

Leave a Reply

Your email address will not be published. Required fields are marked *