ଆଜି ସୁପ୍ରିମକୋର୍ଟରେ ନିଟ୍ ୟୁଜି ପରୀକ୍ଷାର ଶୁଣାଣି ହେବାକୁଥିବା ବେଳେ ଶୁଣାଣି ପୂର୍ବରୁ କେନ୍ଦ୍ର ସରକାର ଓ NTA ପକ୍ଷରୁ ସୁପ୍ରିମକୋର୍ଟରେ ସତ୍ୟପାଠ ଦାଖଲ କରାଯାଇଛି । ସତ୍ୟପାଠରେ ବ୍ୟାପକ ଅନିୟମିତତା ହୋଇନଥିବା ଉଲ୍ଲେଖ ହୋଇଛି ।
ମେଡିକାଲ ପ୍ରବେଶିକା ପରୀକ୍ଷାକୁ ନେଇ ବିବାଦ ଦେଖାଦେବା ପରେ ସୁପ୍ରିମକୋର୍ଟରେ ମାମଲା ପହଞ୍ଚିଥିଲା । ତେବେ ଜୁଲାଇ ୮ରେ ଏହାର ଶୁଣାଣି କରି ତଦନ୍ତକାରୀ ସଂସ୍ଥା ସିବିଆଇ, କେନ୍ଦ୍ର ସରକାର ଓ ଏନଟିଏକୁ ବୁଧବାର ସୁଦ୍ଧା ସତ୍ୟପାଠ ଦାଖଲ କରିବାକୁ ସୁପ୍ରିମକୋର୍ଟ କହିଥିଲେ । ଗତ ସୋମବାର ଦିନ ଶୁଣାଣି କରି ସର୍ବୋଚ୍ଚ ଅଦାଲତ କେନ୍ଦ୍ର ଏବଂ ନ୍ୟାସନାଲ ଟେଷ୍ଟିଂ ଏଜେନ୍ସିକୁ ପ୍ରଶ୍ନପତ୍ର ଲିକର କାରଣ ଏବଂ ଦାଗୀ ପରୀକ୍ଷାର୍ଥୀଙ୍କୁ ଚିହ୍ନଟ କରିବା ଉପରେ ଜବାବ ଦାଖଲ କରିବାକୁ ନିର୍ଦ୍ଦେଶ ଦେଇଥିଲେ ।
କେନ୍ଦ୍ର ସରକାର ସୁପ୍ରିମକୋର୍ଟରେ ଦାଖଲ କରିଥିବା ସତ୍ୟପାଠରୁ ସ୍ପଷ୍ଟ ଜଣାପଡିଛି ଯେ ପୁର୍ନବାର ନିଟ୍ ପରୀକ୍ଷା କରାଇବା ସପକ୍ଷରେ ସରକାର ନାହାଁନ୍ତି ।ସରକାର କହିଛନ୍ତି ତଥ୍ୟ ବିଶ୍ଳେଷଣରେ କୌଣସି ବଡ଼ ଧରଣର ଅନିୟମିତତା ହୋଇଥିବାର ସଂକେତ ମିଳିନାହିଁ। ତେଣୁ ନିଟ୍ ୟୁଜି ପୁନଃ ପରୀକ୍ଷାକୁ ସରକାର ସମର୍ଥନ କରୁନାହାନ୍ତି ବୋଲି କୁହାଯାଉଛି। ଜୁଲାଇ ତୃତୀୟ ସପ୍ତାହରୁ ନିଟ୍ କାଉନସେଲିଂ ଆରମ୍ଭ ହେବ। ଏହି ମାମଲାରେ ଏନଟିଏ ସୁପ୍ରିମକୋର୍ଟରେ ସତ୍ୟପାଠ ଦାଖ କରିଛି।