ଆଜିଠୁ ଆରମ୍ଭ ବିଧାନସଭାର ଶୀତକାଳୀନ ଅଧିବେଶନ। ପ୍ରଥମ ଦିନରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗୃହକୁ ସମ୍ବୋଧନ କରିବେ। ସେଥିପାଇଁ ଆଜି ଓଡ଼ିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ବିଧାନସଭା ଶୀତ ଅଧିବେଶନକୁ ସମ୍ବୋଧିତ କରିବେ। ପ୍ରଥମ ଥର ପାଇଁ ଓଡ଼ିଶା ବିଧାନସଭାରେ ରାଷ୍ଟ୍ରପତି ଉଦବୋଧନ ଦେବାର କାର୍ଯ୍ୟକ୍ରମ ରହିଛି। ପୂର୍ବାହ୍ନ ୧୧ଟାରେ ଆରମ୍ଭ ହେବ ଅଧିବେଶନ । ୪.୩୦ରେ ଗୃହରେ ଅଭିଭାଷଣ ରଖିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ  ଏଥିପାଇଁ କମିଶନରେଟ ପୋଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି।

ସୂଚନା ଯୋଗ୍ୟ; ଆଜିଠୁ ବିଧାନସଭା ଶୀତକାଳୀନ ଅଧିବେଶନ। ମୁହାଁମୁହିଁ ହେବେ ଶାସକ-ବିରୋଧୀ । ସରକାରଙ୍କୁ ଘେରିବାକୁ ବିଭିନ୍ନ ରଣନୀତି ପ୍ରସ୍ତୁତ କରିଛନ୍ତି ବିରୋଧୀ । ନଭେମ୍ବର ୨୭ରୁ ବିଧାନସଭା ଆରମ୍ଭ ହୋଇ ଡିସେମ୍ବର ୩୧ ତାରିଖ ପର୍ଯ୍ୟନ୍ତ ଚାଲିବ । ପ୍ରଥମ ଦିନରେ ରାଷ୍ଟ୍ରପତି ବିଧାନସଭାରେ ଅଭିଭାଷଣ ରଖିବେ। ଶୀତ ଅଧିବେଶନର ଦ୍ଵିତୀୟ ଦିନରେ ମାନେ ଶୁକ୍ରବାର ୨୦୨୫-୨୬ ଆର୍ଥିକ ବର୍ଷ ପାଇଁ ପ୍ରଥମ ଅତିରିକ୍ତ ବଜେଟ ଉପସ୍ଥାପନ କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଡିସେମ୍ବର ୪ରୁ ବିଭିନ୍ନ ବିଭାଗର ଅତିରିକ୍ତ ଖର୍ଚ୍ଚ ଦାବି ଆଲୋଚନା ଆରମ୍ଭ ହେବ। ଏହାଆଗରୁ ୩ ଦଳ ବିଧାୟକ ଦଳ ବୈଠକରେ ରଣନୀତି ପ୍ରସ୍ତୁତ କରିଛନ୍ତି ।

 

Leave a Reply

Your email address will not be published. Required fields are marked *