ଡିସେମ୍ବର ୨୧ ଅର୍ଥାତ ଆଜି ହେଉଛି ବର୍ଷର ସବୁଠାରୁ ଛୋଟ ଦିନ ଓ ରାତି ଲମ୍ବା। ଆଜି ଭୁବନେଶ୍ଵରରେ ଦିନ ଛୋଟ ହେବ ରାତି ସମୟ ଲମ୍ବା ରହିବ । ଭୁବନେଶ୍ଵରରେ ପ୍ରାୟ ୧୦ ଘଣ୍ଟା ୫୪ ମିନିଟ ୨୪ ସେକେଣ୍ଡ ହେବ ଦିନ ଓ ରାତି ହେବ ୧୩ ଘଣ୍ଟା ୫ ମିନିଟ୍ ୩୬ ସେକେଣ୍ଡ ରହିବ । ଆଉ ଦୀର୍ଘତମ ରାତି ପ୍ରାୟ ୧୩ ଘଣ୍ଟା ୫ ମିନିଟ୍ ୩୬ ସେକେଣ୍ଡ ରବିବ ବୋଲି ମହାକାଶ ବିଜ୍ଞାନୀ ଡକ୍ଟର ଶୁଭେନ୍ଦୁ ପଟ୍ଟନାୟକ କହିଛନ୍ତି । ସେହିପରି ସୁନ୍ଦରଗଡ଼ରେ ଦିନ ୧୦ ଘଣ୍ଟା ୪୭ ମିନିଟ୍ ଓ ମାଲକାନଗିରିରେ ଦିନର ଲମ୍ବା ୧୧ ଘଣ୍ଟା ୦୧ ମିନିଟ୍ ରହିବ । ପ୍ରତିବର୍ଷ ଡିସେମ୍ବର ୨୧,୨୨ରେ ଉତ୍ତର ଗୋଲାର୍ଦ୍ଧରେ ଆରମ୍ଭ ହୁଏ ଶୀତ ଋତୁ । ତେଣୁ ଏହା ବର୍ଷର ସବୁଠାରୁ ଛୋଟ ଦିନ ହୋଇଥାଏ । ଧୀରେ ଧୀରେ ଦିନଗୁଡ଼ିକ ଅଧିକରୁ ଅଧିକ ଲମ୍ବା ହୁଏ ବା ଦିନର ଲମ୍ବ ବଡ଼ ହେବାକୁ ଆରମ୍ଭ ହୁଏ। ତେଣୁ ଡିସେମ୍ବର ୨୫କୁ ‘ବଡଦିନ’ ରୂପେ ପାଳନ କରାଯାଏ । ସେହିପରି ମାର୍ଚ୍ଚ ମାସ ବସନ୍ତର ଆଗମନକୁ ସୂଚାଇଥାଏ, ଦିନ ଓ ରାତିର ଅବଧି ପାଖାପାଖ୍ ସମାନ ରହେ । Post navigation ଆଜିଠାରୁ ଦୁଇ ଦିନିଆ କୁଏତ ଗସ୍ତରେ ଯିବେ ପ୍ରଧାନମନ୍ତ୍ରୀ ମୋଦୀ ହତାଶ ସେନାଙ୍କୁ ଧରି ବାହାରିବେ ନବୀନ