ଆଜି ସକାଳୁ ସକାଳୁ ସାରା ରାଜ୍ୟରେ କୋହଲା ପାଗ ସହ ହାଲୁକା ବର୍ଷା ଲାଗି ରହିଛି । ଅଦିନିଆ ବର୍ଷା ଫଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି । ଏଥିମଧ୍ୟରେ ୩ ଘଣ୍ଟା ବର୍ଷା ନେଇ ସତର୍କ ରହିବାକୁ ପରାମର୍ଶ । ଟ୍ବିନ୍‌ସିଟି ସହ ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ । କଳାହାଣ୍ଡି, କନ୍ଧମାଳ, ନୟାଗଡ଼, ଗଞ୍ଜାମ, ଗଜପତି, ଖୋର୍ଦ୍ଧା, କଟକ, ପୁରୀ ଓ ରାୟଗଡ଼ା ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ ।

ଅନ୍ୟପଟେ ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରର ପାଶ୍ୱର୍ବର୍ତ୍ତୀ ଦକ୍ଷିଣ ଆନ୍ଧ୍ର ପ୍ରଦେଶ ଓ ସଂଲଗ୍ନ ଉତ୍ତର ତାମିଲନାଡୁ ଉପକୂଳରେ ସଦୃଶ୍ୟ ଲଘୁଚାପ ସକ୍ରିୟ ରହିଛି । ଯାହା ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ଉତ୍ତର ପଶ୍ଚିମ ଦିଗରେ ଗତି କରିବା ସହ ଦୁର୍ବଳ ହୋଇ ଲଘୁଚାପ କ୍ଷେତ୍ରରେ ପରିଣତ ହେବ । ଏଥିପାଇଁ ରାଜ୍ୟର ବିଭିନ୍ନ ସ୍ଥାନରେ ଆସନ୍ତାକାଲି ଯାଏଁ ଜାରି ରହିବ ବର୍ଷା । ଏହା ସହ ଆସନ୍ତା କାଲିଠୁ ତାପମାତ୍ରା ୨ ରୁ ୩ ଡିଗ୍ରୀ କମିବା ସହ ଶୀତ ବଢିବ ।

Leave a Reply

Your email address will not be published. Required fields are marked *