Youth dies during-physical-test for Home Guard post in Gajapati

ଗଜପତିରେ ହୋମଗାର୍ଡ ପଦବୀରେ ନିଯୁକ୍ତି ପାଇଁ ଶାରୀରିକ ପରୀକ୍ଷା ଚାଲିଥିବା ସମୟରେ ସୁଲନ୍ତ ମିଶାଲଙ୍କ ମୃତ୍ୟୁ ଘଟଣାରେ ଗଭୀର ଦୁଃଖ ପ୍ରକାଶ କରିବା ସହ ମୃତକଙ୍କ ପରିବାରକୁ ସମବେଦନା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଏହାସହିତ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ଲକ୍ଷ ଟଙ୍କାର ଅନୁକମ୍ପା ମୂଳକ ସହାୟତା ରାଶି ଘୋଷଣା କରିଛନ୍ତି ।

ସୂଚନା ଯୋଗ୍ୟ; ଗୁରୁବାର ସକାଳୁ ଶାରିରୀକ ପରୀକ୍ଷା ଆରମ୍ଭ ହୋଇଥଲା । ରାଣିପେଣ୍ଠ ଠାରୁ ପଦ୍ମପୁର ଦୁଇ କିମି ରାସ୍ତାରେ ସକାଳୁ ଦୈାଡ ପରୀକ୍ଷା ଚାଲିଥିବା ବେଳେ ଏଭଳି ଅଘଟଣ ଘଟିଛି। ଦୈାଡିବା ସମୟରେ ଏମାନେ ହଠାତ୍ ତଳେ ପଡ଼ିଯିବା ପରେ ଗୁରୁତର ହୋଇ ପଡ଼ିବାରୁ ସେମାନଙ୍କୁ ତୁରନ୍ତ ପାରଳାଖେମୁଣ୍ଡି ମୂଖ୍ୟ ଚିକିତ୍ସାଳୟକୁ ଅଣାଯାଇଥିଲା । ସେଠାରେ ଡାକ୍ତର ସୁଲନ୍ତଙ୍କୁ ମୃତ ଘୋଷଣା କରିଥିଲେ।

Leave a Reply

Your email address will not be published. Required fields are marked *